ଯିହୋଶୂୟ 7

ତେବେ ଯିହୋଶୂୟ ଆଖନ୍‍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋʼ ଠାରୁ ତାହା ଲୁଚାଅ ନାହିଁ।”

Joshua 7:19 (UKJV) And Joshua said unto Achan, My son, give, I pray you, glory to the LORD God of Israel, and make confession unto him; and tell me now what you have done; hide it not from me.

17ତହୁଁ ସେ ଯିହୁଦା ଗୋଷ୍ଠୀକୁ ନିକଟକୁ ଅଣାନ୍ତେ, ସେରହର ଗୋଷ୍ଠୀ ନିର୍ଣ୍ଣୀତ ହେଲା; ତହୁଁ ସେ ସେରହ ଗୋଷ୍ଠୀର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ସବ୍‍ଦି ନିର୍ଣ୍ଣୀତ ହେଲା।

18ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ନିର୍ଣ୍ଣୀତ ହେଲା।

19ତେବେ ଯିହୋଶୂୟ ଆଖନ୍‍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋʼ ଠାରୁ ତାହା ଲୁଚାଅ ନାହିଁ।”

20ତହିଁରେ ଆଖନ୍‍ ଉତ୍ତର କରି ଯିହୋଶୂୟଙ୍କୁ କହିଲା, “ସତ୍ୟ, ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛି, ମୁଁ ଅମୁକ ଅମୁକ କାର୍ଯ୍ୟ କରିଅଛି।

21ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇ ଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.