19ତେବେ ଯିହୋଶୂୟ ଆଖନ୍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋʼ ଠାରୁ ତାହା ଲୁଚାଅ ନାହିଁ।”
20ତହିଁରେ ଆଖନ୍ ଉତ୍ତର କରି ଯିହୋଶୂୟଙ୍କୁ କହିଲା, “ସତ୍ୟ, ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛି, ମୁଁ ଅମୁକ ଅମୁକ କାର୍ଯ୍ୟ କରିଅଛି।
21ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇ ଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।”
22ଏଥିରେ ଯିହୋଶୂୟ ଦୂତ ପଠାନ୍ତେ, ସେମାନେ ତମ୍ବୁକୁ ଦୌଡ଼ି ଗଲେ; ଆଉ ଦେଖ, ତାହା ତାହାର ତମ୍ବୁରେ ପୋତା ଓ ତହିଁ ତଳେ ରୂପା ଅଛି।
23ତେବେ ସେମାନେ ତମ୍ବୁ ମଧ୍ୟରୁ ସେସବୁ ନେଇ ଯିହୋଶୂୟଙ୍କର ଓ ଇସ୍ରାଏଲର ସମସ୍ତ ସନ୍ତାନଗଣର ନିକଟକୁ ଆଣିଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଥୋଇଦେଲେ।