ଯିହୋଶୂୟ 7

ଏଥିରେ ଯିହୋଶୂୟ ଦୂତ ପଠାନ୍ତେ, ସେମାନେ ତମ୍ବୁକୁ ଦୌଡ଼ି ଗଲେ; ଆଉ ଦେଖ, ତାହା ତାହାର ତମ୍ବୁରେ ପୋତା ଓ ତହିଁ ତଳେ ରୂପା ଅଛି।

Joshua 7:22 (UKJV) So Joshua sent messengers, and they ran unto the tent; and, behold, it was hid in his tent, and the silver under it.

20ତହିଁରେ ଆଖନ୍‍ ଉତ୍ତର କରି ଯିହୋଶୂୟଙ୍କୁ କହିଲା, “ସତ୍ୟ, ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛି, ମୁଁ ଅମୁକ ଅମୁକ କାର୍ଯ୍ୟ କରିଅଛି।

21ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇ ଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।”

22ଏଥିରେ ଯିହୋଶୂୟ ଦୂତ ପଠାନ୍ତେ, ସେମାନେ ତମ୍ବୁକୁ ଦୌଡ଼ି ଗଲେ; ଆଉ ଦେଖ, ତାହା ତାହାର ତମ୍ବୁରେ ପୋତା ଓ ତହିଁ ତଳେ ରୂପା ଅଛି।

23ତେବେ ସେମାନେ ତମ୍ବୁ ମଧ୍ୟରୁ ସେସବୁ ନେଇ ଯିହୋଶୂୟଙ୍କର ଓ ଇସ୍ରାଏଲର ସମସ୍ତ ସନ୍ତାନଗଣର ନିକଟକୁ ଆଣିଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଥୋଇଦେଲେ।

24ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍‍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ଡା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ବୁ, ସର୍ବସ୍ୱ ନେଇ ଆଖୋର୍‍ ଉପତ୍ୟକାକୁ ଆଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.