23ତେବେ ସେମାନେ ତମ୍ବୁ ମଧ୍ୟରୁ ସେସବୁ ନେଇ ଯିହୋଶୂୟଙ୍କର ଓ ଇସ୍ରାଏଲର ସମସ୍ତ ସନ୍ତାନଗଣର ନିକଟକୁ ଆଣିଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଥୋଇଦେଲେ।
24ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ଡା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ବୁ, ସର୍ବସ୍ୱ ନେଇ ଆଖୋର୍ ଉପତ୍ୟକାକୁ ଆଣିଲେ।
25ପୁଣି ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ।” ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ।
26ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛି; ଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍ ଉପତ୍ୟକା ବୋଲି ଖ୍ୟାତ ଅଛି।