ଯିହୋଶୂୟ 7

ଏଉତ୍ତାରେ ସେମାନେ ଯିହୋଶୂୟଙ୍କ ନିକଟକୁ ଫେରିଆସି ତାଙ୍କୁ କହିଲେ, “ସମସ୍ତ ଲୋକ ନ ଯାଉନ୍ତୁ; କେବଳ ଦୁଇ ତିନି ସହସ୍ର ଲୋକ ଯାଇ ଅୟ ନଗର ପରାସ୍ତ କରନ୍ତୁ; ସେଠାରେ ସମସ୍ତ ଲୋକଙ୍କୁ ପରିଶ୍ରମ କରାଅ ନାହିଁ, ଯେହେତୁ ସେଠାର ଲୋକେ ଅଳ୍ପମାତ୍ର।”

Joshua 7:3 (UKJV) And they returned to Joshua, and said unto him, Let not all the people go up; but let about two or three thousand men go up and strike Ai; and make not all the people to labour thither; for they are but few.

1ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।

2ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବେଥେଲ୍‍ର ପୂର୍ବଦିଗସ୍ଥିତ ବେଥ୍-ଆବନର ପାର୍ଶ୍ୱସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, “ଉଠ, ଯାଇ ଦେଶ ଅନୁସନ୍ଧାନ କର;” ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ।

3ଏଉତ୍ତାରେ ସେମାନେ ଯିହୋଶୂୟଙ୍କ ନିକଟକୁ ଫେରିଆସି ତାଙ୍କୁ କହିଲେ, “ସମସ୍ତ ଲୋକ ନ ଯାଉନ୍ତୁ; କେବଳ ଦୁଇ ତିନି ସହସ୍ର ଲୋକ ଯାଇ ଅୟ ନଗର ପରାସ୍ତ କରନ୍ତୁ; ସେଠାରେ ସମସ୍ତ ଲୋକଙ୍କୁ ପରିଶ୍ରମ କରାଅ ନାହିଁ, ଯେହେତୁ ସେଠାର ଲୋକେ ଅଳ୍ପମାତ୍ର।”

4ତେଣୁ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ସହସ୍ର ସେଠାକୁ ଗଲେ, ମାତ୍ର ସେମାନେ ଅୟ ନଗରସ୍ଥ ଲୋକମାନଙ୍କ ସମ୍ମୁଖରୁ ପଳାଇଲେ।

5ପୁଣି ଅୟର ଲୋକମାନେ ସେମାନଙ୍କ ମଧ୍ୟରୁ ଊଣାଧିକ ଛତିଶ ଜଣଙ୍କୁ ଆଘାତ କଲେ; ନଗରଦ୍ୱାରରୁ ଶବାରୀମ ପର୍ଯ୍ୟନ୍ତ ସେମାନଙ୍କୁ ତଡ଼ିନେଇ ଗଡ଼ନ୍ତି ବାଟରେ ଆଘାତ କଲେ; ତହିଁରେ ଲୋକମାନଙ୍କ ହୃଦୟ ତରଳି ପାଣି ହୋଇଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.