3ଏଉତ୍ତାରେ ସେମାନେ ଯିହୋଶୂୟଙ୍କ ନିକଟକୁ ଫେରିଆସି ତାଙ୍କୁ କହିଲେ, “ସମସ୍ତ ଲୋକ ନ ଯାଉନ୍ତୁ; କେବଳ ଦୁଇ ତିନି ସହସ୍ର ଲୋକ ଯାଇ ଅୟ ନଗର ପରାସ୍ତ କରନ୍ତୁ; ସେଠାରେ ସମସ୍ତ ଲୋକଙ୍କୁ ପରିଶ୍ରମ କରାଅ ନାହିଁ, ଯେହେତୁ ସେଠାର ଲୋକେ ଅଳ୍ପମାତ୍ର।”
4ତେଣୁ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ସହସ୍ର ସେଠାକୁ ଗଲେ, ମାତ୍ର ସେମାନେ ଅୟ ନଗରସ୍ଥ ଲୋକମାନଙ୍କ ସମ୍ମୁଖରୁ ପଳାଇଲେ।
5ପୁଣି ଅୟର ଲୋକମାନେ ସେମାନଙ୍କ ମଧ୍ୟରୁ ଊଣାଧିକ ଛତିଶ ଜଣଙ୍କୁ ଆଘାତ କଲେ; ନଗରଦ୍ୱାରରୁ ଶବାରୀମ ପର୍ଯ୍ୟନ୍ତ ସେମାନଙ୍କୁ ତଡ଼ିନେଇ ଗଡ଼ନ୍ତି ବାଟରେ ଆଘାତ କଲେ; ତହିଁରେ ଲୋକମାନଙ୍କ ହୃଦୟ ତରଳି ପାଣି ହୋଇଗଲା।
6ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ।
7ପୁଣି ଯିହୋଶୂୟ କହିଲେ, “ହାୟ ହାୟ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର କରାଇ ଆଣିଲ କାହିଁକି, କି ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବାକୁ? ଆହା, ଯେବେ ଆମ୍ଭେମାନେ ସନ୍ତୁଷ୍ଟ ହୋଇ ଯର୍ଦ୍ଦନ ସେପାରିରେ ରହିଥାʼନ୍ତୁ!