ଯିହୋଶୂୟ 8

ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ।

Joshua 8:1 (UKJV) And the LORD said unto Joshua, Fear not, neither be you dismayed: take all the people of war with you, and arise, go up to Ai: see, I have given into your hand the king of Ai, and his people, and his city, and his land:

1ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ।

2ତୁମ୍ଭେ ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କଲ, ଅୟ ଓ ତହିଁର ରାଜା ପ୍ରତି ସେରୂପ କରିବ; କେବଳ ତୁମ୍ଭେମାନେ ତହିଁର ଲୁଟଦ୍ରବ୍ୟ ଓ ପଶୁ ଆପଣାମାନଙ୍କ ନିମନ୍ତେ ନେବ; ତୁମ୍ଭେ ନଗରର ପଶ୍ଚାତ୍‍ ଆପଣାର ଏକ ଦଳ ସୈନ୍ୟ ଗୋପନ କରି ରଖ।”

3ତହୁଁ ଯିହୋଶୂୟ ଓ ସକଳ ସୈନ୍ୟ ଉଠି ଅୟକୁ ଯାତ୍ରା କଲେ; ପୁଣି ଯିହୋଶୂୟ ତିରିଶ ହଜାର ମହାବିକ୍ରମଶାଳୀ ଲୋକ ମନୋନୀତ କରି ରାତ୍ରିରେ ସେମାନଙ୍କୁ ପଠାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.