ଯିହୋଶୂୟ 8

ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଲୋକମାନଙ୍କୁ ଗଣନା କଲେ, ତହିଁ ଉତ୍ତାରେ ସେ ଓ ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କ ଆଗେ ଆଗେ ଅୟକୁ ଯାତ୍ରା କଲେ।

Joshua 8:10 (UKJV) And Joshua rose up early in the morning, and numbered the people, and went up, he and the elders of Israel, before the people to Ai.

8ତୁମ୍ଭେମାନେ ନଗର ଆକ୍ରମଣ କଲାକ୍ଷଣେ ନଗରରେ ଅଗ୍ନି ଲଗାଇବ; ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କରିବ; ଦେଖ, ଏହା ମୁଁ ତୁମ୍ଭମାନଙ୍କୁ ଆଜ୍ଞା କଲି।”

9ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ।

10ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଲୋକମାନଙ୍କୁ ଗଣନା କଲେ, ତହିଁ ଉତ୍ତାରେ ସେ ଓ ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କ ଆଗେ ଆଗେ ଅୟକୁ ଯାତ୍ରା କଲେ।

11ପୁଣି ତାଙ୍କର ସଙ୍ଗୀ ସମସ୍ତ ସୈନ୍ୟ ଯାଇ ନିକଟବର୍ତ୍ତୀ ହୋଇ ନଗର ସମ୍ମୁଖରେ ଉପସ୍ଥିତ ହେଲେ ଓ ଅୟର ଉତ୍ତର ଦିଗରେ ଛାଉଣି ସ୍ଥାପନ କଲେ; ସେମାନଙ୍କର ଓ ଅୟର ମଧ୍ୟରେ ଏକ ଉପତ୍ୟକା ଥିଲା।

12ପୁଣି ସେ ନ୍ୟୂନାଧିକ ପାଞ୍ଚ ହଜାର ଲୋକ ନେଇ ନଗରର ପଶ୍ଚିମ ଦିଗରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.