ଯିହୋଶୂୟ 8

ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା।” ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ।

Joshua 8:18 (UKJV) And the LORD said unto Joshua, Stretch out the spear that is in your hand toward Ai; for I will give it into yours hand. And Joshua stretched out the spear that he had in his hand toward the city.

16ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ।

17ପୁଣି ଇସ୍ରାଏଲର ପଛରେ ଯେ ନ ଗଲା, ଏପରି ଜଣେ ହେଲେ ଅୟ କି ବେଥେଲ୍‍ରେ ଅବଶିଷ୍ଟ ନ ଥିଲା; ସମସ୍ତେ ନଗର ମୁକ୍ତ କରି ଇସ୍ରାଏଲ ପଛେ ପଛେ ଗୋଡ଼ାଇଲେ।

18ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା।” ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ।

19ସେ ହସ୍ତ ବିସ୍ତାର କରିବା ମାତ୍ରେ ଗୋପନରେ ଥିବା ସୈନ୍ୟଦଳ ଶୀଘ୍ର ଆପଣା ଆପଣା ସ୍ଥାନରୁ ଉଠି ଦୌଡ଼ିଯାଇ ନଗରରେ ପ୍ରବେଶ କରି ତାହା ହସ୍ତଗତ କଲେ ଓ ଶୀଘ୍ର ନଗରରେ ଅଗ୍ନି ଲଗାଇଲେ।

20ଏଉତ୍ତାରେ ଅୟର ଲୋକମାନେ ଆପଣା ପଛକୁ ଅନାଇ ଦେଖିଲେ, ଆଉ ଦେଖ, ନଗରର ଧୂମ ଆକାଶକୁ ଉଠୁଅଛି, ମାତ୍ର ଏଆଡ଼େ କି ସେଆଡ଼େ ପଳାଇବାକୁ ସେମାନଙ୍କର ବଳ ନ ଥିଲା; ଆଉ ଯେଉଁମାନେ ପ୍ରାନ୍ତରକୁ ପଳାଉଥିଲେ, ସେମାନେ ଫେରି ଗୋଡ଼ାଇବା ଲୋକମାନଙ୍କୁ ଆକ୍ରମଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.