ଯିହୋଶୂୟ 8

ପୁଣି ଗୋପନରେ ଥିବା ସୈନ୍ୟଦଳ ନଗର ହସ୍ତଗତ କରିଅଛନ୍ତି ଓ ନଗରର ଧୂମ ଉଠୁଅଛି, ଏହା ଦେଖି ଯିହୋଶୂୟ ଓ ସମସ୍ତ ଇସ୍ରାଏଲ ଫେରି ଅୟର ଲୋକମାନଙ୍କୁ ବଧ କଲେ।

Joshua 8:21 (UKJV) And when Joshua and all Israel saw that the ambush had taken the city, and that the smoke of the city ascended, then they turned again, and slew the men of Ai.

19ସେ ହସ୍ତ ବିସ୍ତାର କରିବା ମାତ୍ରେ ଗୋପନରେ ଥିବା ସୈନ୍ୟଦଳ ଶୀଘ୍ର ଆପଣା ଆପଣା ସ୍ଥାନରୁ ଉଠି ଦୌଡ଼ିଯାଇ ନଗରରେ ପ୍ରବେଶ କରି ତାହା ହସ୍ତଗତ କଲେ ଓ ଶୀଘ୍ର ନଗରରେ ଅଗ୍ନି ଲଗାଇଲେ।

20ଏଉତ୍ତାରେ ଅୟର ଲୋକମାନେ ଆପଣା ପଛକୁ ଅନାଇ ଦେଖିଲେ, ଆଉ ଦେଖ, ନଗରର ଧୂମ ଆକାଶକୁ ଉଠୁଅଛି, ମାତ୍ର ଏଆଡ଼େ କି ସେଆଡ଼େ ପଳାଇବାକୁ ସେମାନଙ୍କର ବଳ ନ ଥିଲା; ଆଉ ଯେଉଁମାନେ ପ୍ରାନ୍ତରକୁ ପଳାଉଥିଲେ, ସେମାନେ ଫେରି ଗୋଡ଼ାଇବା ଲୋକମାନଙ୍କୁ ଆକ୍ରମଣ କଲେ।

21ପୁଣି ଗୋପନରେ ଥିବା ସୈନ୍ୟଦଳ ନଗର ହସ୍ତଗତ କରିଅଛନ୍ତି ଓ ନଗରର ଧୂମ ଉଠୁଅଛି, ଏହା ଦେଖି ଯିହୋଶୂୟ ଓ ସମସ୍ତ ଇସ୍ରାଏଲ ଫେରି ଅୟର ଲୋକମାନଙ୍କୁ ବଧ କଲେ।

22ଆଉ ଅନ୍ୟ ଦଳ ନଗରରୁ ବାହାରି ସେମାନଙ୍କ ବିରୁଦ୍ଧରେ ଆସିଲେ; ଏହିରୂପେ ସେମାନେ ଏପାଖେ କେତେକ ଓ ସେପାଖେ କେତେକ ହୋଇ ଇସ୍ରାଏଲ ମଧ୍ୟରେ ପଡ଼ିଲେ; ତେଣୁ ଇସ୍ରାଏଲ ସେମାନଙ୍କୁ ଏପରି ସଂହାର କଲେ ଯେ, ସେମାନଙ୍କ ମଧ୍ୟରୁ କେହି ଅବଶିଷ୍ଟ ରହିଲା ନାହିଁ, କି କେହି ପଳାଇ ପାରିଲା ନାହିଁ।

23ମାତ୍ର ସେମାନେ ଅୟର ରାଜାଙ୍କୁ ଜୀବିତ ଧରି ଯିହୋଶୂୟଙ୍କ ନିକଟକୁ ଆଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.