24ଏହିରୂପେ ଯେଉଁ ପ୍ରାନ୍ତରରେ ଅୟ ନିବାସୀ ଲୋକମାନେ ସେମାନଙ୍କ ପଛେ ପଛେ ଗୋଡ଼ାଉଥିଲେ, ସେହି କ୍ଷେତ୍ରରେ ଇସ୍ରାଏଲ ସେମାନଙ୍କୁ ନିଃଶେଷିତ ହେବା ପର୍ଯ୍ୟନ୍ତ ବଧ କରି ସାରିଲା ଉତ୍ତାରେ ସେମାନେ ମୃତ୍ୟୁବରଣ କଲେ, ତହିଁ ଉତ୍ତାରେ ସମଗ୍ର ଇସ୍ରାଏଲ ଫେରିଆସି ଅୟରେ ଥିବା ପ୍ରତ୍ୟେକ ଜଣଙ୍କୁ ସଂହାର କଲେ।
25ପୁଣି ସେହି ଦିନ ଅୟ ନିବାସୀ ସମସ୍ତ ଲୋକ ସ୍ତ୍ରୀ ପୁରୁଷ ସର୍ବସୁଦ୍ଧା ବାର ହଜାର ଲୋକ ହତ ହେଲେ।
26କାରଣ ଅୟ ନିବାସୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଯାଏ ଯିହୋଶୂୟ ଆପଣାର ଯେଉଁ ହସ୍ତ ବର୍ଚ୍ଛା ଧରି ବିସ୍ତାର କରିଥିଲେ, ତାହା ସେ ସଙ୍କୁଚିତ କଲେ ନାହିଁ।
27ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲୀୟ ଲୋକମାନେ କେବଳ ସେହି ନଗରର ପଶୁ ଓ ଲୁଟ ଦ୍ରବ୍ୟସବୁ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲେ।
28ପୁଣି ଯିହୋଶୂୟ ଅୟ ନଗରକୁ ଅଗ୍ନିରେ ଦଗ୍ଧ କରି ଅନନ୍ତକାଳୀନ ଢିପି ଓ ଆଜିଯାଏ ଏକ ଶୂନ୍ୟସ୍ଥାନ କଲେ।