25ପୁଣି ସେହି ଦିନ ଅୟ ନିବାସୀ ସମସ୍ତ ଲୋକ ସ୍ତ୍ରୀ ପୁରୁଷ ସର୍ବସୁଦ୍ଧା ବାର ହଜାର ଲୋକ ହତ ହେଲେ।
26କାରଣ ଅୟ ନିବାସୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଯାଏ ଯିହୋଶୂୟ ଆପଣାର ଯେଉଁ ହସ୍ତ ବର୍ଚ୍ଛା ଧରି ବିସ୍ତାର କରିଥିଲେ, ତାହା ସେ ସଙ୍କୁଚିତ କଲେ ନାହିଁ।
27ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲୀୟ ଲୋକମାନେ କେବଳ ସେହି ନଗରର ପଶୁ ଓ ଲୁଟ ଦ୍ରବ୍ୟସବୁ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲେ।
28ପୁଣି ଯିହୋଶୂୟ ଅୟ ନଗରକୁ ଅଗ୍ନିରେ ଦଗ୍ଧ କରି ଅନନ୍ତକାଳୀନ ଢିପି ଓ ଆଜିଯାଏ ଏକ ଶୂନ୍ୟସ୍ଥାନ କଲେ।
29ଏଉତ୍ତାରେ ସେ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ବୃକ୍ଷରେ ଟଙ୍ଗାଇ ରଖିଲେ, ମାତ୍ର ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କର ଶବ ବୃକ୍ଷରୁ ତଳକୁ ଆଣି ନଗରଦ୍ୱାର-ପ୍ରବେଶ ସ୍ଥାନରେ ପକାଇ; ତହିଁ ଉପରେ ପ୍ରସ୍ତରର ଏକ ବଡ଼ ଢିପି କଲେ; ତାହା ଆଜିଯାଏ ଅଛି।