ଯିହୋଶୂୟ 9

ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍‍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍‍ ନିବାସୀ ବାଶନ-ରାଜା ଓଗ୍‍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।

Joshua 9:10 (UKJV) And all that he did to the two kings of the Amorites, that were beyond Jordan, to Sihon king of Heshbon, and to Og king of Bashan, which was at Ashtaroth.

8ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କର ଦାସ।” ତେବେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଏ? ପୁଣି କେଉଁଠାରୁ ଆସିଅଛ?”

9ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।”

10ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍‍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍‍ ନିବାସୀ ବାଶନ-ରାଜା ଓଗ୍‍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।

11ଏହେତୁ ଆମ୍ଭମାନଙ୍କ ପ୍ରାଚୀନବର୍ଗ ଓ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ହସ୍ତରେ ପାଥେୟ ଦ୍ରବ୍ୟ ନେଇ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ ଏହି କଥା କୁହ, ‘ଆମ୍ଭେମାନେ ଆପଣମାନଙ୍କ ଦାସ; ଏଣୁ ଆପଣମାନେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କରନ୍ତୁ।’”

12ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୁଟି ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇ ଯାଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.