10ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍ ନିବାସୀ ବାଶନ-ରାଜା ଓଗ୍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।
11ଏହେତୁ ଆମ୍ଭମାନଙ୍କ ପ୍ରାଚୀନବର୍ଗ ଓ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ହସ୍ତରେ ପାଥେୟ ଦ୍ରବ୍ୟ ନେଇ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ ଏହି କଥା କୁହ, ‘ଆମ୍ଭେମାନେ ଆପଣମାନଙ୍କ ଦାସ; ଏଣୁ ଆପଣମାନେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କରନ୍ତୁ।’”
12ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୁଟି ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇ ଯାଇଅଛି।
13ପୁଣି ଏହି ଯେସବୁ ଦ୍ରାକ୍ଷାରସ କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି।
14ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ।