13ପୁଣି ଏହି ଯେସବୁ ଦ୍ରାକ୍ଷାରସ କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି।
14ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ।
15ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ଡଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ।
16ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି।
17ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍ ଓ କଫୀରା ଓ ବେରୋତ ଓ କିରୀୟଥ୍-ଯିୟାରୀମ୍ ସେମାନଙ୍କ ନଗର ଥିଲା।