ଯିହୋଶୂୟ 9

ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍‍ ଓ କଫୀରା ଓ ବେରୋତ ଓ କିରୀୟଥ୍‍-ଯିୟାରୀମ୍‍ ସେମାନଙ୍କ ନଗର ଥିଲା।

Joshua 9:17 (UKJV) And the children of Israel journeyed, and came unto their cities on the third day. Now their cities were Gibeon, and Chephirah, and Beeroth, and Kirjathjearim.

15ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ଡଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ।

16ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି।

17ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍‍ ଓ କଫୀରା ଓ ବେରୋତ ଓ କିରୀୟଥ୍‍-ଯିୟାରୀମ୍‍ ସେମାନଙ୍କ ନଗର ଥିଲା।

18ମାତ୍ର ମଣ୍ଡଳୀର ଅଧିପତିଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ସହିତ ଶପଥ କରିଥିବାରୁ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଆଘାତ କଲେ ନାହିଁ, ଏହେତୁ ସମସ୍ତ ମଣ୍ଡଳୀ ଅଧିପତିମାନଙ୍କ ବିରୁଦ୍ଧରେ ବଚସା କରିବାକୁ ଲାଗିଲେ।

19ତହିଁରେ ଅଧିପତିଗଣ ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.