1ଏଥିଉତ୍ତାରେ ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜାଗଣ, ଅର୍ଥାତ୍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ରାଜାଗଣ ଏହି କଥା ଶୁଣିଲେ;
2ତହିଁରେ ସେମାନେ ଏକ ମନରେ ଯିହୋଶୂୟ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଏକତ୍ର ହେଲେ।
3ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବୀୟୋନ୍ ନିବାସୀମାନେ ଶୁଣିଲେ,
4ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ;