21ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ଡଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ।
22ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକ ଏହା କହି କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ।
23ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ୱରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ।”
24ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।
25ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ହସ୍ତରେ ଅଛୁ, ଆମ୍ଭମାନଙ୍କ ପ୍ରତି ଯାହା କରିବା ଆପଣଙ୍କ ଦୃଷ୍ଟିରେ ଉତ୍ତମ ଓ ନ୍ୟାୟ, ତାହା କରନ୍ତୁ।”