25ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ହସ୍ତରେ ଅଛୁ, ଆମ୍ଭମାନଙ୍କ ପ୍ରତି ଯାହା କରିବା ଆପଣଙ୍କ ଦୃଷ୍ଟିରେ ଉତ୍ତମ ଓ ନ୍ୟାୟ, ତାହା କରନ୍ତୁ।”
26ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ-ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ।
27ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ଡଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ।