ଯିହୋଶୂୟ 9

ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ;

Joshua 9:4 (UKJV) They did work cunningly, and went and made as if they had been ambassadors, and took old sacks upon their asses, and wine bottles, old, and rent, and bound up;

2ତହିଁରେ ସେମାନେ ଏକ ମନରେ ଯିହୋଶୂୟ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଏକତ୍ର ହେଲେ।

3ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବୀୟୋନ୍‍ ନିବାସୀମାନେ ଶୁଣିଲେ,

4ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ;

5ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା।

6ଏହିରୂପେ ସେମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.