4ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ;
5ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା।
6ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।”
7ତହିଁରେ ଇସ୍ରାଏଲୀୟ ଲୋକମାନେ ସେହି ହିବ୍ବୀୟମାନଙ୍କୁ ଉତ୍ତର କଲେ, “କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ; ଆମ୍ଭେମାନେ କିପରି ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ?”
8ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କର ଦାସ।” ତେବେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଏ? ପୁଣି କେଉଁଠାରୁ ଆସିଅଛ?”