ଯିହୋଶୂୟ 9

ତହିଁରେ ଇସ୍ରାଏଲୀୟ ଲୋକମାନେ ସେହି ହିବ୍ବୀୟମାନଙ୍କୁ ଉତ୍ତର କଲେ, “କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ; ଆମ୍ଭେମାନେ କିପରି ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ?”

Joshua 9:7 (UKJV) And the men of Israel said unto the Hivites, Possibly all of you dwell among us; and how shall we make a league with you?

5ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା।

6ଏହିରୂପେ ସେମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।”

7ତହିଁରେ ଇସ୍ରାଏଲୀୟ ଲୋକମାନେ ସେହି ହିବ୍ବୀୟମାନଙ୍କୁ ଉତ୍ତର କଲେ, “କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ; ଆମ୍ଭେମାନେ କିପରି ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ?”

8ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କର ଦାସ।” ତେବେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଏ? ପୁଣି କେଉଁଠାରୁ ଆସିଅଛ?”

9ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.