10ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।
11ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
12ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;
13ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି।
14ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,