13ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି।
14ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,
15ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।
16ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।
17କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;