ଯିହୂଦା 1

କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;

Jude 1:17 (UKJV) But, beloved, remember all of you the words which were spoken before of the apostles of our Lord Jesus Christ;

15ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।

16ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।

17କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;

18ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।

19ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ବରଙ୍କ ଆତ୍ମାବିହୀନ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.