19ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ବରଙ୍କ ଆତ୍ମାବିହୀନ।
20କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,
21ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ।
22ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି, ଏପରି କେତେକଙ୍କୁ ଦୟା କରି ଅଗ୍ନିରୁ କାଢ଼ିଲା ପରି ରକ୍ଷା କର।
23ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର।