3ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।
4କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।
5ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ।
6ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି।
7ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।