ଯିହୂଦା 1

ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ଅଧିକାରୀମାନଙ୍କର ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି।

Jude 1:8 (UKJV) Likewise also these filthy dreamers defile the flesh, despise dominion, and speak evil of dignities.

6ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି।

7ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।

8ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ଅଧିକାରୀମାନଙ୍କର ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି।

9କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ।

10ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.