8ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
9ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।
10ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନ୍କୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍-ଅର୍ବ ଥିଲା।
11ଆଉ ସେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍-ସେଫର ଥିଲା।
12ପୁଣି କାଲେବ କହିଲେ, “ଯେକେହି କିରୀୟଥ୍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋʼ କନ୍ୟା ଅକ୍ଷାର ବିବାହ ଦେବି।”