ବିଚାରକର୍ତ୍ତା 1

ପୁଣି କାଲେବ କହିଲେ, “ଯେକେହି କିରୀୟଥ୍‍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋʼ କନ୍ୟା ଅକ୍‍ଷାର ବିବାହ ଦେବି।”

Judges 1:12 (UKJV) And Caleb said, He that strikes Kirjathsepher, and takes it, to him will I give Achsah my daughter to wife.

10ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନ୍‍କୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ ଥିଲା।

11ଆଉ ସେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍‍-ସେଫର ଥିଲା।

12ପୁଣି କାଲେବ କହିଲେ, “ଯେକେହି କିରୀୟଥ୍‍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋʼ କନ୍ୟା ଅକ୍‍ଷାର ବିବାହ ଦେବି।”

13ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।

14ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.