14ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”
15ତହୁଁ ସେ କହିଲା, “ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ;” ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
16ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠିଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।
17ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।
18ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।