ବିଚାରକର୍ତ୍ତା 1

ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।

Judges 1:18 (UKJV) Also Judah took Gaza with the coast thereof, and Askelon with the coast thereof, and Ekron with the coast thereof.

16ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠିଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।

17ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍‍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।

18ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।

19ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା।

20ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.