17ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।
18ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।
19ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା।
20ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।
21ବିନ୍ୟାମୀନ୍-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ବିନ୍ୟାମୀନ୍-ସନ୍ତାନଗଣ ସହିତ ବାସ କରୁଅଛନ୍ତି।