21ବିନ୍ୟାମୀନ୍-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ବିନ୍ୟାମୀନ୍-ସନ୍ତାନଗଣ ସହିତ ବାସ କରୁଅଛନ୍ତି।
22ଏଥିଉତ୍ତାରେ ଯୋଷେଫ-ବଂଶ ମଧ୍ୟ ବେଥେଲ୍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।
23ସେତେବେଳେ ଯୋଷେଫ-ବଂଶ ବେଥେଲ୍ ଅନୁସନ୍ଧାନ କରିବାକୁ ଲୋକ ପଠାଇଲେ; ପୂର୍ବେ ସେହି ନଗରର ନାମ ଲୂସ୍ ଥିଲା।
24ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, “ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା।”
25ତହୁଁ ସେ ସେମାନଙ୍କୁ ନଗରରେ ପ୍ରବେଶ କରିବା ପଥ ଦେଖାନ୍ତେ, ସେମାନେ ଖଡ୍ଗଧାରରେ ସେହି ନଗରକୁ ଆଘାତ କଲେ, ମାତ୍ର ସେହି ଲୋକକୁ ଓ ତାହାର ସବୁ ବଂଶକୁ ଛାଡ଼ିଦେଲେ।