23ସେତେବେଳେ ଯୋଷେଫ-ବଂଶ ବେଥେଲ୍ ଅନୁସନ୍ଧାନ କରିବାକୁ ଲୋକ ପଠାଇଲେ; ପୂର୍ବେ ସେହି ନଗରର ନାମ ଲୂସ୍ ଥିଲା।
24ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, “ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା।”
25ତହୁଁ ସେ ସେମାନଙ୍କୁ ନଗରରେ ପ୍ରବେଶ କରିବା ପଥ ଦେଖାନ୍ତେ, ସେମାନେ ଖଡ୍ଗଧାରରେ ସେହି ନଗରକୁ ଆଘାତ କଲେ, ମାତ୍ର ସେହି ଲୋକକୁ ଓ ତାହାର ସବୁ ବଂଶକୁ ଛାଡ଼ିଦେଲେ।
26ଏଥିଉତ୍ତାରେ ସେ ଲୋକ ହିତ୍ତୀୟମାନଙ୍କ ଦେଶକୁ ଯାଇ ଏକ ନଗର ସ୍ଥାପନ କରି ତହିଁର ନାମ ଲୂସ୍ ରଖିଲା; ତହିଁର ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।
27ଆଉ ମନଃଶି, ବେଥ୍-ଶାନ ଓ ତହିଁର ଉପନଗର, ତାନକ୍ ଓ ତହିଁର ଉପନଗର-ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।