ବିଚାରକର୍ତ୍ତା 1

ଆଉ ଇଫ୍ରୟିମ ଗେଷର ନିବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତହିଁରେ କିଣାନୀୟମାନେ ଗେଷରରେ ବାସ କଲେ।

Judges 1:29 (UKJV) Neither did Ephraim drive out the Canaanites that dwelt in Gezer; but the Canaanites dwelt in Gezer among them.

27ଆଉ ମନଃଶି, ବେଥ୍-ଶାନ ଓ ତହିଁର ଉପନଗର, ତାନକ୍‍ ଓ ତହିଁର ଉପନଗର-ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।

28ଏଥିଉତ୍ତାରେ ଇସ୍ରାଏଲ ପରାକ୍ରାନ୍ତ ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ।

29ଆଉ ଇଫ୍ରୟିମ ଗେଷର ନିବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତହିଁରେ କିଣାନୀୟମାନେ ଗେଷରରେ ବାସ କଲେ।

30ସବୂଲୂନ କିଟ୍ରୋଣ ଓ ନହଲୋଲ୍‍ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ତହିଁରେ କିଣାନୀୟମାନେ ସେମାନଙ୍କ ମଧ୍ୟରେ ବାସ କରି ବେଠିକର୍ମ କଲେ।

31ଆଶେର ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍‍ ଓ ଅକଷୀବ୍ କି ହିଲବା କି ଅଫିକ୍‍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.