30ସବୂଲୂନ କିଟ୍ରୋଣ ଓ ନହଲୋଲ୍ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ତହିଁରେ କିଣାନୀୟମାନେ ସେମାନଙ୍କ ମଧ୍ୟରେ ବାସ କରି ବେଠିକର୍ମ କଲେ।
31ଆଶେର ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍ ଓ ଅକଷୀବ୍ କି ହିଲବା କି ଅଫିକ୍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।
32ମାତ୍ର ଆଶେରୀୟମାନେ ସେହି ଦେଶ ନିବାସୀ କିଣାନୀୟମାନଙ୍କୁ ତଡ଼ି ନ ଦେବାରୁ ସେମାନଙ୍କ ମଧ୍ୟରେ ବାସ କଲେ।
33ନପ୍ତାଲି ବେଥ୍-ଶେମଶ କି ବେଥ୍ନାତ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ମାତ୍ର ସେ ସେହି ଦେଶ ନିବାସୀ କିଣାନୀୟମାନଙ୍କ ମଧ୍ୟରେ ବାସ କଲା, ତଥାପି ବେଥ୍-ଶେମଶ ଓ ବେଥ୍-ଆନାତ୍ ନିବାସୀମାନେ ସେମାନଙ୍କର ବେଠିକର୍ମ କଲେ।
34ଆଉ ଇମୋରୀୟମାନେ ଦାନ୍-ସନ୍ତାନଗଣକୁ ପର୍ବତମୟ ଦେଶରେ ରହିବାକୁ ବାଧ୍ୟ କଲେ; ଆଉ ତଳିଭୂମିକି ସେମାନଙ୍କୁ ଆସିବାକୁ ଦେଲେ ନାହିଁ।