34ଆଉ ଇମୋରୀୟମାନେ ଦାନ୍-ସନ୍ତାନଗଣକୁ ପର୍ବତମୟ ଦେଶରେ ରହିବାକୁ ବାଧ୍ୟ କଲେ; ଆଉ ତଳିଭୂମିକି ସେମାନଙ୍କୁ ଆସିବାକୁ ଦେଲେ ନାହିଁ।
35ମାତ୍ର ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନ୍ରେ ଓ ଶାଲବୀମ୍ରେ ବାସ କରିବାକୁ ମନସ୍ଥ କଲେ; ତଥାପି ଯୋଷେଫ-ବଂଶର ହସ୍ତ ପ୍ରବଳ ହୁଅନ୍ତେ, ସେମାନେ ବେଠିକର୍ମ କଲେ।
36ପୁଣି ଅକ୍ରବ୍ବୀମ-ଘାଟୀ ଶୈଳଠାରୁ ଆଗକୁ ଇମୋରୀୟମାନଙ୍କ ସୀମା ଥିଲା।