2ତହୁଁ ସଦାପ୍ରଭୁ କହିଲେ, “ଯିହୁଦା ଯିବ; ଦେଖ, ଆମ୍ଭେ ତାହା ହସ୍ତରେ ସେହି ଦେଶ ସମର୍ପଣ କରିଅଛୁ।”
3ତହିଁରେ ଯିହୁଦା ଆପଣା ଭ୍ରାତା ଶିମୀୟୋନକୁ କହିଲା, “ଗୁଲିବାଣ୍ଟ କ୍ରମେ ନିରୂପିତ ଆମ୍ଭ ଭାଗକୁ ଆସ, ଆମ୍ଭେମାନେ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା; ପୁଣି ଆମ୍ଭେ ମଧ୍ୟ ତୁମ୍ଭ ସଙ୍ଗେ ତୁମ୍ଭ ଭାଗକୁ ଯିବା।” ତହିଁରେ ଶିମୀୟୋନ ତାହା ସଙ୍ଗେ ଗଲା।
4ଏଥିଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ କିଣାନୀୟ ଓ ପରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ।
5ପୁଣି ସେମାନେ ବେଷକରେ ଅଦୋନୀବେଷକ୍ ରାଜାଙ୍କୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ।
6ମାତ୍ର ଅଦୋନୀବେଷକ୍ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ।