ବିଚାରକର୍ତ୍ତା 1

ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।

Judges 1:8 (UKJV) Now the children of Judah had fought against Jerusalem, and had taken it, and smitten it with the edge of the sword, and set the city on fire.

6ମାତ୍ର ଅଦୋନୀବେଷକ୍‌ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ।

7ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।

8ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।

9ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।

10ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନ୍‍କୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.