1ଅବୀମେଲକ୍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ।
2ପୁଣି ସେ ତେଇଶ ବର୍ଷ ଇସ୍ରାଏଲର ବିଚାର କଲେ; ତହିଁ ଉତ୍ତାରେ ସେ ମଲେ ଓ ଶାମୀରରେ କବର ପାଇଲେ।
3ତାହା ଉତ୍ତାରେ ଗିଲୀୟଦୀୟ ଯାୟୀର ବିଚାରକର୍ତ୍ତା ହୋଇ ଉଠିଲେ, ସେ ବାଇଶ ବର୍ଷ ଇସ୍ରାଏଲର ବିଚାର କଲେ।