ବିଚାରକର୍ତ୍ତା 10

ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।

Judges 10:12 (UKJV) The Zidonians also, and the Amalekites, and the Maonites, did oppress you; and all of you cried to me, and I delivered you out of their hand.

10ତେଣୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍‍ ଦେବତାଗଣର ସେବା କରିଅଛୁ।”

11ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଆମ୍ଭେ କି ମିସରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ?

12ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।

13ତଥାପି ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ ଓ ଅନ୍ୟ ଦେବଗଣର ସେବା କରିଅଛ; ଏହେତୁ ଆମ୍ଭେ ଆଉ ତୁମ୍ଭମାନଙ୍କୁ ଉଦ୍ଧାର କରିବା ନାହିଁ।

14ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.