13ତଥାପି ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ ଓ ଅନ୍ୟ ଦେବଗଣର ସେବା କରିଅଛ; ଏହେତୁ ଆମ୍ଭେ ଆଉ ତୁମ୍ଭମାନଙ୍କୁ ଉଦ୍ଧାର କରିବା ନାହିଁ।
14ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ।”
15ଏଥିରେ ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, “ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର।”
16ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।
17ସେସମୟରେ ଅମ୍ମୋନ-ସନ୍ତାନଗଣ ଏକତ୍ରିତ ହୋଇ ଗିଲୀୟଦରେ ଛାଉଣି ସ୍ଥାପନ କରିଥିଲେ। ପୁଣି ଇସ୍ରାଏଲ ସନ୍ତାନମାନେ ଏକତ୍ରିତ ହୋଇ ମିସ୍ପାରେ ଛାଉଣି ସ୍ଥାପନ କରିଥିଲେ।