ବିଚାରକର୍ତ୍ତା 10

ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।

Judges 10:16 (UKJV) And they put away the strange gods from among them, and served the LORD: and his soul was grieved for the misery of Israel.

14ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ।”

15ଏଥିରେ ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, “ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର।”

16ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।

17ସେସମୟରେ ଅମ୍ମୋନ-ସନ୍ତାନଗଣ ଏକତ୍ରିତ ହୋଇ ଗିଲୀୟଦରେ ଛାଉଣି ସ୍ଥାପନ କରିଥିଲେ। ପୁଣି ଇସ୍ରାଏଲ ସନ୍ତାନମାନେ ଏକତ୍ରିତ ହୋଇ ମିସ୍ପାରେ ଛାଉଣି ସ୍ଥାପନ କରିଥିଲେ।

18ତହିଁରେ ଗିଲୀୟଦୀୟ ଲୋକମାନେ, ଅର୍ଥାତ୍‍, ଅଧିପତିମାନେ ଏକକୁ ଆରେକ କହିଲେ, “ଅମ୍ମୋନ-ସନ୍ତାନମାନଙ୍କ ସଙ୍ଗରେ କିଏ ଯୁଦ୍ଧ ଆରମ୍ଭ କରିବ? ସେ ଗିଲୀୟଦ ନିବାସୀ ସମସ୍ତ ଲୋକଙ୍କର ମସ୍ତକ ସ୍ୱରୂପ ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.