ବିଚାରକର୍ତ୍ତା 10

ତାହା ଉତ୍ତାରେ ଗିଲୀୟଦୀୟ ଯାୟୀର ବିଚାରକର୍ତ୍ତା ହୋଇ ଉଠିଲେ, ସେ ବାଇଶ ବର୍ଷ ଇସ୍ରାଏଲର ବିଚାର କଲେ।

Judges 10:3 (UKJV) And after him arose Jair, a Gileadite, and judged Israel twenty and two years.

1ଅବୀମେଲକ୍‍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ।

2ପୁଣି ସେ ତେଇଶ ବର୍ଷ ଇସ୍ରାଏଲର ବିଚାର କଲେ; ତହିଁ ଉତ୍ତାରେ ସେ ମଲେ ଓ ଶାମୀରରେ କବର ପାଇଲେ।

3ତାହା ଉତ୍ତାରେ ଗିଲୀୟଦୀୟ ଯାୟୀର ବିଚାରକର୍ତ୍ତା ହୋଇ ଉଠିଲେ, ସେ ବାଇଶ ବର୍ଷ ଇସ୍ରାଏଲର ବିଚାର କଲେ।

4ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହି ସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍‍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।

5ଏଉତ୍ତାରେ ଯାୟୀର ମଲେ ଓ କାମୋନରେ କବର ପାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.