3ତାହା ଉତ୍ତାରେ ଗିଲୀୟଦୀୟ ଯାୟୀର ବିଚାରକର୍ତ୍ତା ହୋଇ ଉଠିଲେ, ସେ ବାଇଶ ବର୍ଷ ଇସ୍ରାଏଲର ବିଚାର କଲେ।
4ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହି ସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।
5ଏଉତ୍ତାରେ ଯାୟୀର ମଲେ ଓ କାମୋନରେ କବର ପାଇଲେ।
6ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍ ଦେବତାଗଣର ଓ ଅଷ୍ଟାରୋତ୍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।
7ଏନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।