ବିଚାରକର୍ତ୍ତା 10

ଏନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।

Judges 10:7 (UKJV) And the anger of the LORD was hot against Israel, and he sold them into the hands of the Philistines, and into the hands of the children of Ammon.

5ଏଉତ୍ତାରେ ଯାୟୀର ମଲେ ଓ କାମୋନରେ କବର ପାଇଲେ।

6ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍‍ ଦେବତାଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।

7ଏନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।

8ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ-ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।

9ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ୍ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଲେଶ ପାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.