ବିଚାରକର୍ତ୍ତା 11

ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହାବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା।

Judges 11:1 (UKJV) Now Jephthah the Gileadite was a mighty man of valour, and he was the son of an harlot: and Gilead brings forth Jephthah.

1ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହାବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା।

2ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହାର ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ିଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।”

3ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଦରକାରୀ ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.