ବିଚାରକର୍ତ୍ତା 11

ତହିଁରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ପୁନର୍ବାର ଦୂତ ପଠାଇ ତାହାକୁ କହିଲେ;

Judges 11:14 (UKJV) And Jephthah sent messengers again unto the king of the children of Ammon:

12ଏଥିଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, “ମୋହର ବିରୁଦ୍ଧରେ ତୁମ୍ଭର କି ସମସ୍ୟା ଅଛି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ?”

13ତହିଁରେ ଅମ୍ମୋନ-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, “କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ବିରୋଧ ନ କରି ତାହା ଫେରାଇ ଦିଅ।”

14ତହିଁରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ପୁନର୍ବାର ଦୂତ ପଠାଇ ତାହାକୁ କହିଲେ;

15“ଯିପ୍ତହ ଏହି କଥା କହେ, ମୋୟାବର ଭୂମି କିଅବା ଅମ୍ମୋନ-ସନ୍ତାନଗଣର ଭୂମି ଇସ୍ରାଏଲ ହରଣ କରି ନାହିଁ।

16ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶରେ ଉପସ୍ଥିତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.