ବିଚାରକର୍ତ୍ତା 11

ପୁଣି ଇସ୍ରାଏଲ ହିଷ୍‍ବୋନର ଇମୋରୀୟ ରାଜା ସୀହୋନ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ‘ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ।’

Judges 11:19 (UKJV) And Israel sent messengers unto Sihon king of the Amorites, the king of Heshbon; and Israel said unto him, Let us pass, we pray you, through your land into my place.

17ସେତେବେଳେ ଇସ୍ରାଏଲ ଇଦୋମର ରାଜା ନିକଟକୁ ଦୂତ ପଠାଇ କହିଲେ, ‘ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ;’ ମାତ୍ର ଇଦୋମର ରାଜା ଶୁଣିଲା ନାହିଁ। ପୁଣି ସେହି ପ୍ରକାର ସେ ମୋୟାବର ରାଜା ନିକଟକୁ କହି ପଠାଇଲେ; ସେ ମଧ୍ୟ ସମ୍ମତ ହେଲା ନାହିଁ; ତେଣୁ ଇସ୍ରାଏଲ କାଦେଶରେ ରହିଲେ।

18ଏଥିଉତ୍ତାରେ ସେ ପ୍ରାନ୍ତର ଦେଇ ଯାଇ ଇଦୋମ ଦେଶ ଓ ମୋୟାବ ଦେଶ ଘୁରି ମୋୟାବ ଦେଶର ପୂର୍ବଦିଗ ଦେଇ ଆସି ଅର୍ଣ୍ଣୋନର ସେପାରିରେ ଛାଉଣି ସ୍ଥାପନ କଲେ; ମାତ୍ର ସେମାନେ ମୋୟାବ-ସୀମା ଭିତରେ ପ୍ରବେଶ କଲେ ନାହିଁ, କାରଣ ଅର୍ଣ୍ଣୋନ ମୋୟାବର ସୀମା ଥିଲା।

19ପୁଣି ଇସ୍ରାଏଲ ହିଷ୍‍ବୋନର ଇମୋରୀୟ ରାଜା ସୀହୋନ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ‘ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ।’

20ମାତ୍ର ସୀହୋନ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ୱାସ କରୁ ନ ଥିବାରୁ ଅନୁମତି ଦେଲା ନାହିଁ; ପୁଣି ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା।

21ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସୀହୋନକୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟମାନଙ୍କ ସମସ୍ତ ଦେଶ ଅଧିକାର କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.